Home » ପ୍ରଗତି » କଟକରେ ବିଏସ୍ କେ ଓ୍ବାଇ ସ୍ମାର୍ଟ କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ, ୧୬ଶହ କୋଟି ଟଙ୍କାର ପ୍ରକଳ୍ପ ଭେଟିଦେଲେ
କଟକରେ ବିଏସ୍ କେ ଓ୍ବାଇ ସ୍ମାର୍ଟ କାର୍ଡ ବଣ୍ଟନ କଲେ ମୁଖ୍ୟମନ୍ତ୍ରୀ, ୧୬ଶହ କୋଟି ଟଙ୍କାର ପ୍ରକଳ୍ପ ଭେଟିଦେଲେ
କଟକ: କଟକରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବାଲିଯାତ୍ରା ପଡ଼ିଆ ଠାରେ ଅସ୍ଥାୟୀ ହେଲିପ୍ୟାଡରେ ପହଞ୍ଚି ମୁଖ୍ୟମନ୍ତ୍ରୀ ବିଏସ୍ କେ ଓ୍ବାଇ ସ୍ମାର୍ଟ କାର୍ଡ ବଣ୍ଟନ କଲେଏବଂ ୧୬ଶହ କୋଟି ଭେଟି ଦେଲେ। ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି କେ ପାଣ୍ଡିଆନ ଉପସ୍ଥିତ ରହିଥିଲେ। କାର୍ଯ୍ୟକ୍ରମରେ କଟକ ଜିଲ୍ଲାପାଳ, ସିଏମସି କମିସନରଙ୍କ ସମେତ ସମସ୍ତ କଟକ ଜିଲ୍ଲାର ବିଧାୟକମାନେ ଉପସ୍ଥିତ ରହିଥିଲେ। ଏହାସହ ଖାଦ୍ୟଯୋଗଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ , ଆଇନମନ୍ତ୍ରୀ ପ୍ରତାପ ଜେନା, ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଜିଲ୍ଲା ବିଜେଡି ସଭାପତି ଦେବାଶିଷ ସାମନ୍ତରାୟ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ ମଧ୍ୟ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ କଟକ ଗସ୍ତକୁ ନଜରରେ ରଖି କଟକ ଡ଼ିସିପି ପ୍ରତୀକ ସିଂହଙ୍କ ନେତୃତ୍ୱରେ ୧୫ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯାଇଥିଲା।