Home » ରାଜନୀତି » ଘୋଷଣା, ଅଳକା ମହାନ୍ତି ହେଲେ ବିଜେଡି ପ୍ରାର୍ଥୀ

ଘୋଷଣା, ଅଳକା ମହାନ୍ତି ହେଲେ ବିଜେଡି ପ୍ରାର୍ଥୀ

ଘୋଷଣା, ଅଳକା ମହାନ୍ତି ହେଲେ ବିଜେଡି ପ୍ରାର୍ଥୀ

ଭୁବନେଶ୍ୱର ୦୯/୦୫ : ଅନେକ କଳ୍ପନା ଜଳ୍ପନାର ଅନ୍ତ । ବ୍ରଜରାଜନଗର ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି । ଅଳକା ମହାନ୍ତିଙ୍କ ପ୍ରାର୍ଥୀତ୍ୱ ଉପରେ ମୋହର ମାରିଲେ ବିଜେଡି ସୁପ୍ରିମେ ନବୀନ ପଟ୍ଟନାୟକ । ବ୍ରଜରାଜନଗରର ଦିବଂଗତ ବିଧାୟକ କିଶୋର ମହାନ୍ତିଙ୍କ ପତ୍ନୀ ଅଳକା ମହାନ୍ତିଙ୍କୁ ପ୍ରାର୍ଥୀ କରିଛି ବିଜେଡି । ଆଜି ପ୍ରାର୍ଥୀ ଘୋଷଣା ନେଇ ନବୀନ ନିବାସରେ ବସିଥିଲା ଗୁରୁତ୍ୱପୂର୍ଣ୍ଣ ବୈଠକ । ଏହି ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ବୈଠକରେ ସୁବାସ ସିଂ, ମନ୍ତ୍ରୀ ସୁଶାନ୍ତ ସିଂ ଓ ନବ ଦାସ ଉପସ୍ଥିତ ଥିଲେ । ସୂଚନା ଥାଉକି, ଆସନ୍ତା ମେ ୩୧ ଅନୁଷ୍ଠିତ ହେବ ବ୍ରଜରାଜନଗର ଉପନିର୍ବାଚନ । ଗତ ଡିସେମ୍ବର ୩୦ ତାରିଖ ସ୍ୱର୍ଗତଃ କିଶୋର ମହାନ୍ତିଙ୍କ ଅକାଳ ବିୟୋଗ ପରେ ଖାଲି ପଡିଥିଲା ଆସନ ।

alaka mohanty

Share: